6ତହିଁର ପ୍ରସ୍ତର ନୀଳକାନ୍ତମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ।
7କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;
8ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ।
9ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ।
10ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।