9ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ;
10କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।
11କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;
12ଯେହେତୁ ମୁଁ ଆର୍ତ୍ତନାଦକାରୀ ଦରିଦ୍ରକୁ, ମଧ୍ୟ ଅସହାୟ ପିତୃହୀନକୁ ଉଦ୍ଧାର କଲି।
13ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।