ଆୟୁବ 29

ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି।

Job 29:15 (UKJV) I was eyes to the blind, and feet was I to the lame.

13ନଷ୍ଟକଳ୍ପ ଲୋକର କଲ୍ୟାଣ ମୋʼ ଉପରେ ବର୍ତ୍ତିଲା ଓ ମୁଁ ବିଧବାର ହୃଦୟକୁ ଆନନ୍ଦରେ ଗାନ କରାଇଲି।

14ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।

15ମୁଁ ଅନ୍ଧ ପ୍ରତି ଚକ୍ଷୁ ସ୍ୱରୂପ ଓ ଛୋଟା ପ୍ରତି ଚରଣ ସ୍ୱରୂପ ଥିଲି।

16ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।

17ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.