16ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋʼ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।
17ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।
18ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
19ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;
20ମୋହର ଗୌରବ ମୋʼ ଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ।