18ସେହି ସମୟରେ ମୁଁ କହିଲି, ମୁଁ ଆପଣା ବସାରେ ମରିବି ଓ ମୁଁ ବାଲୁକା ପରି ଆପଣା ଦିନ ବୃଦ୍ଧି କରିବି;
19ମୋହର ଚେର ଜଳ ପର୍ଯ୍ୟନ୍ତ ପ୍ରସାରିତ ହୋଇଅଛି ଓ ମୋହର ଶାଖା ଉପରେ ରାତ୍ରିସାରା କାକର ଥାଏ;
20ମୋହର ଗୌରବ ମୋʼ ଠାରେ ସତେଜ ଥାଏ ଓ ମୋʼ ଧନୁ ମୋʼ ହସ୍ତରେ ନୂତନୀକୃତ ହୁଏ।
21ଲୋକମାନେ ମୋʼ ଆଡ଼େ କର୍ଣ୍ଣ ଦେଇ ଅପେକ୍ଷା କଲେ ଓ ମୋହର ପରାମର୍ଶ ପାଇଁ ନୀରବ ରହିଲେ।
22ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।