22ମୋʼ କଥା ଉତ୍ତାରେ ସେମାନେ ଆଉ କଥା କହିଲେ ନାହିଁ; ପୁଣି, ମୋʼ କଥା ସେମାନଙ୍କ ଉପରେ ଟୋପା ଟୋପା ହୋଇ ପଡ଼ିଲା।
23ଆଉ, ଯେପରି ବୃଷ୍ଟି ପାଇଁ, ସେପରି ସେମାନେ ମୋʼ ପାଇଁ ଅପେକ୍ଷା କଲେ ଓ ଯେପରି ଶେଷ ବୃଷ୍ଟି ପାଇଁ, ସେପରି ସେମାନେ ଆପଣା ଆପଣା ମୁଖ ପ୍ରଶସ୍ତ କରି ମେଲା କଲେ।
24ମୁଁ ସେମାନଙ୍କ ପ୍ରତି ହସିଲେ ସେମାନେ ବିଶ୍ୱାସ କଲେ ନାହିଁ ଓ ମୋʼ ମୁଖର ତେଜ ନିସ୍ତେଜ କଲେ ନାହିଁ।
25ମୁଁ ସେମାନଙ୍କ ପଥ ମନୋନୀତ କରି ପ୍ରଧାନ ହୋଇ ବସିଲି ଓ ସୈନ୍ୟଦଳ ମଧ୍ୟରେ ରାଜା ପରି ଓ ଶୋକାର୍ତ୍ତମାନଙ୍କର ସାନ୍ତ୍ୱନାକାରୀ ପରି ବାସ କଲି।