1ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,
2“ଆହା, ମୁଁ ପୂର୍ବବର୍ତ୍ତୀ ମାସସବୁରେ, ପରମେଶ୍ୱର ମୋତେ ଜଗି ରଖିଥିବା ଦିନସମୂହରେ ଯେପରି ଥିଲି, ସେପରି ଯେବେ ଥାʼନ୍ତି;
3ସେତେବେଳେ ତାହାଙ୍କ ପ୍ରଦୀପ ମୋʼ ମସ୍ତକ ଉପରେ ଆଲୁଅ ଦେଲା ଓ ମୁଁ ତାହାଙ୍କ ଦୀପ୍ତିରେ ଅନ୍ଧକାର ଦେଇ ଗମନ କଲି;
4ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;
5ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ;