4ମୁଁ ଉତ୍ତମ ଅବସ୍ଥାରେ ଥିଲି, ସେତେବେଳେ ମୋʼ ତମ୍ବୁ ଉପରେ ପରମେଶ୍ୱରଙ୍କର ଗୁପ୍ତ ବିଷୟ ଥିଲା;
5ସେତେବେଳେ ସର୍ବଶକ୍ତିମାନ ପରମେଶ୍ୱର ମୋʼ ସଙ୍ଗରେ ଥିଲେ ଓ ମୋହର ସନ୍ତାନଗଣ ମୋʼ ଚତୁଃପାର୍ଶ୍ୱରେ ଥିଲେ;
6ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା।
7ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
8ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ।