7ମୁଁ ନଗର-ଦ୍ୱାରକୁ ଯାଇ ଛକସ୍ଥାନରେ ଆପଣା ଆସନ ପ୍ରସ୍ତୁତ କଲେ,
8ଯୁବା ଲୋକମାନେ ମୋତେ ଦେଖି ଲୁଚିଲେ ଓ ବୃଦ୍ଧ ଲୋକମାନେ ଉଠି ଠିଆ ହେଲେ।
9ଅଧିପତିମାନେ କଥାବାର୍ତ୍ତା କରିବାରୁ ନିବୃତ୍ତ ହେଲେ ଓ ଆପଣା ଆପଣା ମୁଖରେ ହାତ ଦେଲେ;
10କୁଳୀନମାନଙ୍କ ରବ ନିରସ୍ତ ହେଲା ଓ ସେମାନଙ୍କ ଜିହ୍ୱା ସେମାନଙ୍କ ମୁଖର ତାଳୁକାରେ ଲାଗି ରହିଲା।
11କାରଣ କର୍ଣ୍ଣ ମୋʼ କଥା ଶୁଣନ୍ତେ, ମୋତେ କଲ୍ୟାଣ କଲା ଓ ଚକ୍ଷୁ ମୋତେ ଦେଖନ୍ତେ, ମୋʼ ପକ୍ଷରେ ସାକ୍ଷ୍ୟ ଦେଲା;