9ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;
10କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ।
11ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବା ମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?
12ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା?
13ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି;