12ଜାନୁଯୁଗଳ କାହିଁକି ମୋତେ ଗ୍ରହଣ କଲା? ଅବା ମୋହର ପାନ ନିମନ୍ତେ ସ୍ତନ୍ୟ କାହିଁକି ପ୍ରସ୍ତୁତ ଥିଲା?
13ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି;
14ଯେଉଁମାନେ ଆପଣାମାନଙ୍କ ନିମନ୍ତେ ଉଜାଡ଼ ସ୍ଥାନ ନିର୍ମାଣ କରିଥିଲେ, ଏପରି ରାଜା ଓ ପୃଥିବୀର ମନ୍ତ୍ରୀଗଣ ସହିତ ଥାʼନ୍ତି;
15ଯେଉଁମାନେ ରୂପାରେ ଆପଣାମାନଙ୍କ ଗୃହ ପରିପୂର୍ଣ୍ଣ କରିଥିଲେ, ଏପରି ସ୍ୱର୍ଣ୍ଣାଧିକାରୀ ଅଧିପତିମାନଙ୍କ ସଙ୍ଗେ ଥାʼନ୍ତି;
16ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି।