16ଅବା ମୁଁ ଗୁପ୍ତ ଗର୍ଭସ୍ରାବ ତୁଲ୍ୟ ପ୍ରାଣହୀନ ହୋଇଥାʼନ୍ତି; ଯେଉଁମାନେ କେବେ ଆଲୁଅ ଦର୍ଶନ କଲେ ନାହିଁ, ଏପରି ଶିଶୁ ତୁଲ୍ୟ ହୋଇଥାʼନ୍ତି।
17ସେହି ସ୍ଥାନରେ ଦୁଷ୍ଟଗଣ କ୍ଳେଶ ଦେବାରୁ ନିବୃତ୍ତ ଓ ସେହି ସ୍ଥାନରେ ପରିଶ୍ରାନ୍ତ ବିଶ୍ରାମପ୍ରାପ୍ତ।
18ସେହି ସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ।
19ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ।
20ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;