1ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା।
2ପୁଣି, ଆୟୁବ ଉତ୍ତର କରି କହିଲା;
3“ଯେଉଁ ଦିନ ମୁଁ ଜାତ ହେଲି ଓ ‘ପୁତ୍ରସନ୍ତାନ ଗର୍ଭସ୍ଥ ହେଲା’ ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;
4ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ୱର ଊର୍ଦ୍ଧ୍ୱରୁ ତହିଁର ତତ୍ତ୍ୱ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ।