18ସେହି ସ୍ଥାନରେ ବନ୍ଦୀଗଣ ଏକତ୍ର ଆରାମରେ ଅଛନ୍ତି; ସେମାନେ କାର୍ଯ୍ୟଶାସକର ରବ ଶୁଣନ୍ତି ନାହିଁ।
19ସେଠାରେ ସାନ ଓ ବଡ଼ ଅଛନ୍ତି; ପୁଣି, ଦାସ ଆପଣା କର୍ତ୍ତାଠାରୁ ମୁକ୍ତ ଅଟେ।
20ଦୁଃଖଗ୍ରସ୍ତ ଲୋକକୁ କାହିଁକି ଦୀପ୍ତି ଦିଆଯାଏ ଓ ତିକ୍ତପ୍ରାଣକୁ କାହିଁକି ଜୀବନ ଦିଆଯାଏ;
21ସେମାନେ ମରଣ ଇଚ୍ଛା କରନ୍ତି, ମାତ୍ର ତାହା ଆସେ ନାହିଁ; ସେମାନେ ପୋତା-ଧନ ଅପେକ୍ଷା ତହିଁ ପାଇଁ ଅଧିକ ଖୋଳନ୍ତି;
22ସେମାନେ କବର ପାଇ ପାରିଲେ ଆହ୍ଲାଦ କରନ୍ତି, ମହାନନ୍ଦରେ ଉଲ୍ଲସିତ ହୁଅନ୍ତି?