5ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।
6ନିବିଡ଼ ଅନ୍ଧକାର ସେହି ରାତ୍ରିକୁ ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସ-ସଂଖ୍ୟା ମଧ୍ୟରେ ନ ଆସୁ।
7ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ।
8ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ।
9ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;