7ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ।
8ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ।
9ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;
10କାରଣ ସେ ମୋʼ ମାତୃଗର୍ଭର କବାଟ ରୁଦ୍ଧ କଲା ନାହିଁ, କିଅବା ଦୁଃଖକୁ ମୋର ଦୃଷ୍ଟିରୁ ଗୁପ୍ତ କଲା ନାହିଁ।
11ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବା ମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?