ଆୟୁବ 30

ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼ ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।

Job 30:10 (UKJV) They detest me, they flee far from me, and spare not to spit in my face.

8ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।

9ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।

10ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼ ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।

11କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।

12ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.