ଆୟୁବ 30

ସେମାନେ ପ୍ରଶସ୍ତ ଭଗ୍ନ ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି।

Job 30:14 (UKJV) They came upon me as a wide breaking in of waters: in the desolation they rolled themselves upon me.

12ଇତର ଲୋକମାନେ ମୋʼ ଡାହାଣରେ ଉଠନ୍ତି; ସେମାନେ ମୋʼ ଚରଣ ଘୁଞ୍ଚାଇ ଦିଅନ୍ତି ଓ ସେମାନେ ମୋʼ ବିରୁଦ୍ଧରେ ବିନାଶର ମାର୍ଗ ପ୍ରସ୍ତୁତ କରନ୍ତି।

13ସେମାନେ ମୋର ପଥ ବିଗାଡ଼ନ୍ତି, ସେମାନେ ମୋʼ ବିପଦକୁ ଅଗ୍ରସର କରନ୍ତି, ଅନ୍ୟର ସହାୟ ବିନା ହିଁ ସେମାନେ ତାହା କରନ୍ତି।

14ସେମାନେ ପ୍ରଶସ୍ତ ଭଗ୍ନ ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି।

15ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି।

16ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳି ଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.