14ସେମାନେ ପ୍ରଶସ୍ତ ଭଗ୍ନ ସ୍ଥାନ ଦେଇ ଆସିଲା ପରି ଆସନ୍ତି; ଉଜାଡ଼ ମଧ୍ୟରେ ସେମାନେ ମୋʼ ଉପରେ ଗଡ଼ନ୍ତି।
15ନାନା ପ୍ରକାର ତ୍ରାସ ମୋତେ ଆକ୍ରମଣ କରିଅଛି, ତାହାସବୁ ବାୟୁ ପରି ମୋହର ସମ୍ଭ୍ରମ ଘଉଡ଼ାନ୍ତି ଓ ମୋହର ମଙ୍ଗଳ ମେଘ ପରି ବହି ଯାଇଅଛି।
16ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳି ଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।
17ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।
18ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ।