16ପୁଣି, ଏବେ ମୋର ପ୍ରାଣ ମୋʼ ଅନ୍ତରରେ ତରଳି ଯାଏ; କ୍ଳେଶର ଦିନସବୁ ମୋତେ ଆକ୍ରାନ୍ତ କରିଅଛି।
17ରାତ୍ରିକାଳରେ ମୋହର ଅସ୍ଥିସବୁ ମୋʼ ଭିତରେ ବିଦ୍ଧ ହୁଏ ଓ ମୋତେ କାମୁଡ଼ିବା ବେଦନାସବୁ ବିଶ୍ରାମ ନିଅନ୍ତି ନାହିଁ।
18ମୋʼ ରୋଗର ପ୍ରବଳ ଶକ୍ତିରେ ମୋʼ ବସ୍ତ୍ର ବିକୃତ ହୋଇଅଛି; ତାହା ମୋʼ ଜାମାର ଗଳାପଟି ପରି ମୋତେ ଚାରିଆଡ଼େ ବାନ୍ଧେ।
19ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି।
20ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ।