ଆୟୁବ 30

ସେମାନଙ୍କ ବାହୁ ବଳରେ ମୋହର କି ଲାଭ ହୋଇପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।

Job 30:2 (UKJV) Yea, whereto might the strength of their hands profit me, in whom old age was perished?

1ଲୋକମାନେ ମୋତେ ପରିହାସ କରନ୍ତି, ସେମାନଙ୍କ ପିତୃଗଣକୁ ମୁଁ ଆପଣା ପଲରକ୍ଷକ କୁକ୍କୁରମାନଙ୍କ ସଙ୍ଗେ ରଖିବାକୁ ତୁଚ୍ଛ କଲି।

2ସେମାନଙ୍କ ବାହୁ ବଳରେ ମୋହର କି ଲାଭ ହୋଇପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।

3ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି।

4ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.