19ସେ ମୋତେ ପଙ୍କରେ ପକାଇ ଦେଇଅଛନ୍ତି, ଆଉ ମୁଁ ଧୂଳି ଓ ଭସ୍ମ ପରି ହୋଇଅଛି।
20ମୁଁ ତୁମ୍ଭକୁ ଡାକ ପକାଉଅଛି, ମାତ୍ର ତୁମ୍ଭେ ମୋତେ ଉତ୍ତର ଦିଅ ନାହିଁ। ମୁଁ ଠିଆ ହେଲେ, ତୁମ୍ଭେ ମୋତେ ଅନାଉଅଛ।
21ତୁମ୍ଭେ ମୋʼ ପ୍ରତି ନିଷ୍ଠୁର ହୋଇ ଯାଇଅଛ; ତୁମ୍ଭେ ଆପଣା ହସ୍ତର ପରାକ୍ରମରେ ମୋତେ ତାଡ଼ନା କରୁଅଛ।
22ତୁମ୍ଭେ ମୋତେ ବାୟୁକୁ ଉଠାଇ ତହିଁ ଉପରେ ମୋତେ ଚଢ଼ାଉଅଛ ଓ ବତାସରେ ତୁମ୍ଭେ ମୋତେ ଲୀନ କରୁଅଛ।
23କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।