23କାରଣ ମୁଁ ଜାଣେ, ତୁମ୍ଭେ ମୋତେ ମୃତ୍ୟୁୁ ନିକଟକୁ ଓ ସମସ୍ତ ପ୍ରାଣୀ ପାଇଁ ନିରୂପିତ ଗୃହକୁ ଆଣିବ।
24ନିଶ୍ଚୟ ଭଗ୍ନ ଗୃହାଦିର ରାଶି ବିରୁଦ୍ଧରେ ସେ ଆପଣା ହସ୍ତ ବଢ଼ାଇବେ ନାହିଁ; ତଥାପି ଜଣେ ଆପଣା ବିନାଶ ସମୟରେ ଏହିସବୁ ବିଷୟ ସକାଶୁ ଆର୍ତ୍ତନାଦ କରିପାରେ।
25ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା?
26ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।
27ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।