25ମୁଁ କି ଦୁଃଖରେ ଥିବା ଲୋକ ପାଇଁ ରୋଦନ କଲି ନାହିଁ? ଦୀନହୀନ ପାଇଁ କି ମୋହର ପ୍ରାଣ ଦୁଃଖିତ ନୋହିଲା?
26ମୁଁ ମଙ୍ଗଳ ଅପେକ୍ଷା କରିବା ବେଳେ ଅମଙ୍ଗଳ ଉପସ୍ଥିତ ହେଲା; ପୁଣି, ମୁଁ ଆଲୁଅର ଅପେକ୍ଷା କଲା ବେଳେ ଅନ୍ଧକାର ଆସିଲା।
27ମୋʼ ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋʼ ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।
28ମୁଁ ସୂର୍ଯ୍ୟ ବିନା ମ୍ଳାନ ହୋଇ ବୁଲୁଥାଏ; ମୁଁ ସମାଜରେ ଠିଆ ହୋଇ ସାହାଯ୍ୟ ପାଇଁ ଆର୍ତ୍ତନାଦ କରେ।
29ମୁଁ ଶୃଗାଳମାନଙ୍କର ଭାଇ ଓ ଉଷ୍ଟ୍ରପକ୍ଷୀଙ୍କର ସଙ୍ଗୀ ହୋଇଅଛି।