2ସେମାନଙ୍କ ବାହୁ ବଳରେ ମୋହର କି ଲାଭ ହୋଇପାରେ? ସେମାନଙ୍କର ଯୌବନାବସ୍ଥା ନଷ୍ଟ ହୋଇଅଛି।
3ସେମାନେ ଦରିଦ୍ରତା ଓ ଦୁର୍ଭିକ୍ଷ ସକାଶୁ କ୍ଷୀଣ ହୋଇଅଛନ୍ତି; ସେମାନେ ଘୋର ଉତ୍ସନ୍ନତା ଓ ଶୂନ୍ୟତାରେ ଶୁଷ୍କ ଭୂମି ଚର୍ବଣ କରନ୍ତି।
4ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର।
5ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି।
6ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।