4ସେମାନେ ବୁଦା ନିକଟରୁ ବିସ୍ୱାଦୁ ଶାକ ଛିଣ୍ଡାନ୍ତି ଓ ରେତମବୃକ୍ଷର ମୂଳ ସେମାନଙ୍କର ଆହାର।
5ସେମାନେ ମନୁଷ୍ୟମାନଙ୍କ ମଧ୍ୟରୁ ତାଡ଼ିତ ହୋଇଅଛନ୍ତି; ଲୋକେ ଯେପରି ଚୋର ପଛରେ, ସେହିପରି ସେମାନଙ୍କ ପଛରେ ଡାକ ପକାନ୍ତି।
6ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।
7ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି।
8ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।