6ସେମାନେ ଉପତ୍ୟକାର ବିଦୀର୍ଣ୍ଣ ସ୍ଥାନରେ, ପୃଥିବୀର ଓ ଶୈଳର ଗର୍ତ୍ତରେ ବାସ କରିବେ।
7ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି।
8ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।
9ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।
10ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼ ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।