7ସେମାନେ ବୁଦା ମଧ୍ୟରେ ଗଧ ପରି ବୋବାନ୍ତି; ସେମାନେ ବିଛୁଆତି ବନରେ ରୁଣ୍ଡ ହୁଅନ୍ତି।
8ସେମାନେ ମୂର୍ଖମାନଙ୍କର ସନ୍ତାନ, ସେମାନେ ଇତର ଲୋକଙ୍କ ସନ୍ତାନ; ସେମାନେ କୋରଡ଼ା ଖାଇ ଦେଶରୁ ତଡ଼ା ଯାଇଥିଲେ।
9ମାତ୍ର ଏବେ ମୁଁ ସେମାନଙ୍କର ଗୀତ ସ୍ୱରୂପ ହୋଇଅଛି; ହଁ, ମୁଁ ସେମାନଙ୍କର ଗଳ୍ପ ସ୍ୱରୂପ ହୋଇଅଛି।
10ସେମାନେ ମୋତେ ଘୃଣା କରନ୍ତି, ସେମାନେ ମୋʼ ଠାରୁ ଦୂରରେ ଠିଆ ହୁଅନ୍ତି ଓ ମୋʼ ମୁଖରେ ଛେପ ପକାଇବାକୁ ଡରନ୍ତି ନାହିଁ।
11କାରଣ ସେ ଆପଣା ରଜ୍ଜୁ ଫିଟାଇ ମୋତେ କ୍ଳେଶ ଦେଇଅଛନ୍ତି, ଏଣୁ ସେମାନେ ମୋʼ ସାକ୍ଷାତରେ ଲଗାମ ପକାଇ ଦେଇଅଛନ୍ତି।