11କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;
12କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋʼ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।
13ମୋʼ ଦାସ କି ଦାସୀ ମୋʼ ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
14ତେବେ ପରମେଶ୍ୱର ଉଠିଲେ, ମୁଁ କଅଣ କରିବି? ଓ ସେ ବିଚାର କଲେ, ମୁଁ ତାହାଙ୍କୁ କି ଉତ୍ତର ଦେବି?
15ଯେ ମୋତେ ଗର୍ଭରେ ନିର୍ମାଣ କଲେ, ସେ କି ତାହାକୁ ନିର୍ମାଣ କଲେ ନାହିଁ? ଓ ଏକ ବ୍ୟକ୍ତି କି ଗର୍ଭରେ ଆମ୍ଭମାନଙ୍କୁ ଗଢ଼ି ନାହାନ୍ତି?