17ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;
18(ମାତ୍ର ପିତା ନିକଟରେ ବଢ଼ିଲା ପରି ସେ ମୋହର ବାଲ୍ୟାବସ୍ଥାରୁ ମୋʼ ନିକଟରେ ବଢ଼ିଲା ଓ ମୋʼ ଜନ୍ମଠାରୁ ମୁଁ ବିଧବାର ପଥଦର୍ଶକ ହୋଇଅଛି।)
19ମୁଁ କାହାକୁ ବସ୍ତ୍ରାଭାବରେ ମୃତକଳ୍ପ, ଅବା ଦୀନହୀନକୁ ଉଲଙ୍ଗ ଦେଖିଲେ,
20ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
21ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;