20ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;
21ମୁଁ ନଗର-ଦ୍ୱାରରେ ନିଜ ଉପକାରୀକୁ ଦେଖି ଯଦି ପିତୃହୀନ ବିରୁଦ୍ଧରେ ଆପଣା ହସ୍ତ ଉଠାଇଥାଏ;
22ତେବେ ମୋʼ ସ୍କନ୍ଧ ସନ୍ଧିସ୍ଥାନରୁ ଖସି ପଡ଼ୁ ଓ ମୋʼ ବାହୁ ଅସ୍ଥିରୁ ଭାଙ୍ଗିଯାଉ।
23କାରଣ ପରମେଶ୍ୱରଙ୍କଠାରୁ ବିପଦ ମୋʼ ପ୍ରତି ଭୟାନକ ଥିଲା ଓ ତାହାଙ୍କ ମହତ୍ତ୍ୱ ସକାଶୁ ମୁଁ କିଛି କରି ପାରିଲି ନାହିଁ।
24ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;