24ଯଦି ମୁଁ ସୁବର୍ଣ୍ଣକୁ ଆଶାଭୂମି କରିଥାଏ ଓ ତୁମ୍ଭେ ମୋହର ଆଶ୍ରୟ ବୋଲି ଶୁଦ୍ଧ ସୁବର୍ଣ୍ଣକୁ କହିଥାଏ;
25ମୋହର ସମ୍ପଦ ଅତିଶୟ ହେବାରୁ ଓ ମୋହର ହସ୍ତ ବହୁତ ଲାଭ କରିବାରୁ ଯଦି ମୁଁ ଆନନ୍ଦ କରିଥାଏ;
26ସୂର୍ଯ୍ୟ ଦୀପ୍ତି ଦେବା ବେଳେ ଓ ଚନ୍ଦ୍ର ଜ୍ୟୋସ୍ନାରେ ଗତି କରିବା ବେଳେ ଯଦି ମୁଁ ତହିଁ ପ୍ରତି ଦୃଷ୍ଟି କରିଥାଏ;
27ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ;
28ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।