27ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋʼ ମୁଖ ମୋʼ ହସ୍ତକୁ ଚୁମ୍ବନ କରିଥାଏ;
28ତେବେ ତାହା ହିଁ ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ ହୁଅନ୍ତା; ପୁଣି, ମୁଁ ଊର୍ଦ୍ଧ୍ୱବାସୀ ପରମେଶ୍ୱରଙ୍କ ନିକଟରେ ମିଥ୍ୟାବାଦୀ ହୁଅନ୍ତି।
29ମୋʼ ଘୃଣାକାରୀର ବିନାଶରେ ଯଦି ମୁଁ ଆନନ୍ଦ କରିଥାଏ, ଅବା ଅମଙ୍ଗଳ ତାହାର ଉଦ୍ଦେଶ୍ୟ ପାଇବା ବେଳେ ଦର୍ପ କରିଥାଏ;
30(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ);
31ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’