1ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?
2କାରଣ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅଂଶ କଅଣ ଓ ଉପରିସ୍ଥ ସର୍ବଶକ୍ତିମାନଙ୍କଠାରୁ ପ୍ରାପ୍ତ ଅଧିକାର କଅଣ?
3ତାହା କି ଅଧାର୍ମିକମାନଙ୍କ ପ୍ରତି ବିପଦ ଓ ଅଧର୍ମାଚାରୀମାନଙ୍କ ପ୍ରତି ଦୁର୍ଗତି ନୁହେଁ?
4ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?
5ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;