30(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ);
31ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’
32ବିଦେଶୀ ଦାଣ୍ଡରେ ରାତ୍ରି କ୍ଷେପଣ କଲା ନାହିଁ; ମାତ୍ର ମୁଁ ପଥିକ ନିମନ୍ତେ ଦ୍ୱାର ମୁକ୍ତ କଲି;
33ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;
34ମହାଜନତାକୁ ଭୟ କରିବାରୁ ଓ ଗୋଷ୍ଠୀୟମାନଙ୍କ ତୁଚ୍ଛତା ମୋତେ ତ୍ରସ୍ତ କରିବାରୁ ଯଦି ମୁଁ ନୀରବ ହୋଇ ଦ୍ୱାର ବାହାରକୁ ଯାଇ ନ ଥାଏ -