ଆୟୁବ 31

ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି।

Job 31:37 (UKJV) I would declare unto him the number of my steps; as a prince would I go near unto him.

35ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦେଉନ୍ତୁ), ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି!

36ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି।

37ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି।

38ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;

39ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.