37ମୁଁ ଆପଣା ପାଦଗତିର ସଂଖ୍ୟା ତାହାକୁ ଜଣାନ୍ତି; ଶାସକ ପରି ତାହାର ନିକଟକୁ ଯାଆନ୍ତି।
38ଯଦି ମୋʼ ଭୂମି ମୋʼ ପ୍ରତିକୂଳରେ କ୍ରନ୍ଦନ କରେ ଓ ତହିଁର ଲଙ୍ଗଳ-ଶିଆରସବୁ ଏକତ୍ର ରୋଦନ କରନ୍ତି;
39ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;
40ତେବେ ଗହମ ବଦଳେ କଣ୍ଟକଲତା ଓ ଯବ ବଦଳେ ବିଷବୃକ୍ଷ ବଢ଼ୁ।” ଆୟୁବଙ୍କ କଥା ସମାପ୍ତ ହେଲା।