4ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ?
5ଯଦି ମୁଁ ଅସାରତାରେ ଗତାୟାତ କରିଥାଏ ଓ ମୋହର ପାଦ ପ୍ରବଞ୍ଚନା-ପଥରେ ବ୍ୟଗ୍ର ହୋଇଥାଏ;
6ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।
7ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
8ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।