7ଯଦି ମୋହର ପାଦ ବିପଥରେ ଯାଇଥାଏ ଓ ମୋହର ଅନ୍ତଃକରଣ ମୋʼ ଚକ୍ଷୁ ଅନୁସାରେ ଚାଲିଥାଏ ଓ ଯଦି ମୋʼ ହସ୍ତରେ କୌଣସି କଳଙ୍କ ଲାଗିଥାଏ;
8ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋʼ କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।
9ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
10ତେବେ ମୋʼ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।
11କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;