8ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନ ପରମେଶ୍ୱରଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।
9ବଡ଼ ଲୋକେ ଯେ ଜ୍ଞାନବାନ, ତାହା ନୁହେଁ, ଅବା ପ୍ରାଚୀନମାନେ ଯେ ବିଚାର ବୁଝନ୍ତି, ତାହା ନୁହେଁ।
10ଏଥିପାଇଁ ମୁଁ କହିଲି, ‘ମୋʼ କଥା ଶୁଣ; ମୁଁ ମଧ୍ୟ ଆପଣା ମତ ପ୍ରକାଶ କରିବି।’
11ଦେଖ, ମୁଁ ତୁମ୍ଭମାନଙ୍କ କଥା ପାଇଁ ଅପେକ୍ଷା କଲି, କଅଣ କହିବାକୁ ହେବ, ଏହା ତୁମ୍ଭେମାନେ ଅନୁସନ୍ଧାନ କରିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଯୁକ୍ତି ପାଇଁ ମନୋଯୋଗ କଲି।
12ଆହୁରି, ମୁଁ ତୁମ୍ଭମାନଙ୍କ କଥାରେ ମନ ଦେଲି, ପୁଣି ଦେଖ, ଆୟୁବକୁ ବୋଧ ଦେବାକୁ, ଅବା ତାହାର କଥାର ଉତ୍ତର ଦେବାକୁ ତୁମ୍ଭମାନଙ୍କ ମଧ୍ୟରେ କେହି ନ ଥିଲା।