12ଆହୁରି, ମୁଁ ତୁମ୍ଭମାନଙ୍କ କଥାରେ ମନ ଦେଲି, ପୁଣି ଦେଖ, ଆୟୁବକୁ ବୋଧ ଦେବାକୁ, ଅବା ତାହାର କଥାର ଉତ୍ତର ଦେବାକୁ ତୁମ୍ଭମାନଙ୍କ ମଧ୍ୟରେ କେହି ନ ଥିଲା।
13ସାବଧାନ, କେଜାଣି ତୁମ୍ଭେମାନେ କହିବ, ଆମ୍ଭେମାନେ ଜ୍ଞାନ ପାଇଅଛୁ; ପରମେଶ୍ୱର ତାହାକୁ ପରାସ୍ତ କରି ପାରିବେ, ମନୁଷ୍ୟ ନୁହେଁ;
14କାରଣ ସେ ମୋʼ ବିରୁଦ୍ଧରେ କଥା କହି ନାହିଁ, କିଅବା ମୁଁ ତୁମ୍ଭମାନଙ୍କ କଥାରେ ତାହାକୁ ଉତ୍ତର ଦେବି ନାହିଁ।
15ସେମାନେ ବିସ୍ମିତ ଅଛନ୍ତି, ସେମାନେ ଆଉ ଉତ୍ତର ଦିଅନ୍ତି ନାହିଁ, ସେମାନଙ୍କର କୌଣସି କଥା କହିବାକୁ ନାହିଁ।
16ସେମାନେ କଥା କହନ୍ତି ନାହିଁ, ସେମାନେ ତୁନି ହୋଇ ଠିଆ ହୁଅନ୍ତି, ଆଉ ଉତ୍ତର ଦିଅନ୍ତି ନାହିଁ ବୋଲି କି ମୁଁ ଅପେକ୍ଷା କରିବି?