17ମୁଁ ମଧ୍ୟ ଆପଣାର ଉତ୍ତର ଦେବି, ମୁଁ ଆପଣାର ମତ ପ୍ରକାଶ କରିବି।
18କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ। ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ।
19ଦେଖ, ମୋʼ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ।
20ମୁଁ ଉଶ୍ୱାସ ପାଇବା ପାଇଁ କଥା କହିବି; ମୁଁ ଓଷ୍ଠାଧର ଫିଟାଇ ଉତ୍ତର ଦେବି।
21ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ।