ଆୟୁବ 32

ମୁଁ ଉଶ୍ୱାସ ପାଇବା ପାଇଁ କଥା କହିବି; ମୁଁ ଓଷ୍ଠାଧର ଫିଟାଇ ଉତ୍ତର ଦେବି।

Job 32:20 (UKJV) I will speak, that I may be refreshed: I will open my lips and answer.

18କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ। ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ।

19ଦେଖ, ମୋʼ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ।

20ମୁଁ ଉଶ୍ୱାସ ପାଇବା ପାଇଁ କଥା କହିବି; ମୁଁ ଓଷ୍ଠାଧର ଫିଟାଇ ଉତ୍ତର ଦେବି।

21ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ।

22କାରଣ ମୁଁ ଚାଟୁବାଦ କରି ଜାଣେ ନାହିଁ; କଲେ ମୋହର ସୃଷ୍ଟିକର୍ତ୍ତା ଶୀଘ୍ର ମୋତେ ସଂହାର କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.