4ସେମାନେ ଇଲୀହୂଠାରୁ ପ୍ରାଚୀନ ଥିବାରୁ ଇଲୀହୂ ଆୟୁବକୁ କଥା କହିବା ପାଇଁ ଅପେକ୍ଷା କରିଥିଲା।
5ପୁଣି, ସେ ସେହି ତିନି ଜଣଙ୍କ ମୁଖରେ କୌଣସି ଉତ୍ତର ନ ଥିବାର ଦେଖି ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।
6ଏଥିଉତ୍ତାରେ ବୂଷୀୟ ବାରଖେଲର ପୁତ୍ର ଇଲୀହୂ ଉତ୍ତର କରି କହିଲା, “ମୁଁ ଯୁବା ଲୋକ, ଆଉ ତୁମ୍ଭେମାନେ ଅତି ବୃଦ୍ଧ; ଏଣୁ ମୁଁ କ୍ଷାନ୍ତ ହେଲି ଓ ତୁମ୍ଭମାନଙ୍କ ନିକଟରେ ଆପଣା ମତ ପ୍ରକାଶ କରିବାକୁ ସାହସ କଲି ନାହିଁ।
7ମୁଁ କହିଲି, ‘ଦିନସମୂହ କଥା କହିବେ ଓ ବର୍ଷର ବାହୁଲ୍ୟ ଜ୍ଞାନ ଶିଖାଇବେ।’
8ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନ ପରମେଶ୍ୱରଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।