9‘ମୁଁ ଶୁଚି, ଅପରାଧରହିତ; ମୁଁ ନିର୍ଦ୍ଦୋଷ, ମଧ୍ୟ ମୋʼ ଠାରେ ଅଧର୍ମ ନାହିଁ;
10ଦେଖ, ସେ ମୋʼ ଛିଦ୍ର ଅନ୍ଵେଷଣ କରନ୍ତି, ସେ ମୋତେ ଆପଣା ଶତ୍ରୁ ବୋଲି ଗଣନ୍ତି;
11ସେ ଯନ୍ତାରେ ମୋହର ପାଦ ରଖନ୍ତି, ସେ ମୋହର ସମସ୍ତ ପଥ ନିରୀକ୍ଷଣ କରନ୍ତି।’
12ଦେଖ, ମୁଁ ତୁମ୍ଭକୁ ଉତ୍ତର ଦେବି, ଏ ବିଷୟରେ ତୁମ୍ଭେ ଯଥାର୍ଥ ନୁହଁ; କାରଣ ପରମେଶ୍ୱର ମନୁଷ୍ୟ ଅପେକ୍ଷା ମହାନ ଅଟନ୍ତି।
13ତୁମ୍ଭେ କାହିଁକି ତାହାଙ୍କ ସଙ୍ଗେ ବିବାଦ କରୁଅଛ? ଯେଣୁ ସେ ଆପଣାର କୌଣସି ବିଷୟର କାରଣ ଜଣାନ୍ତି ନାହିଁ।