19ମଧ୍ୟ ସେ ଆପଣା ଶଯ୍ୟାରେ ବ୍ୟଥା ଦ୍ୱାରା ଓ ଆପଣା ଅସ୍ଥି ମଧ୍ୟରେ ନିରନ୍ତର ଯୁଦ୍ଧ ଦ୍ୱାରା ଶାସ୍ତି ପାଏ;
20ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ୱାଦୁ ଭକ୍ଷ୍ୟକୁ ଘୃଣା କରେ।
21ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ।
22ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାର କର ସନ୍ନିକଟ ହୁଏ।
23ଯଦି ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;