21ତାହାର ମାଂସ କ୍ଷୟ ପାଇ ଅଦୃଶ୍ୟ ହୁଏ ଓ ତାହାର ଅଦୃଶ୍ୟ ଥିବା ଅସ୍ଥିସବୁ ଦେଖାଯାଏ।
22ଆହୁରି, ତାହାର ପ୍ରାଣ ଗର୍ତ୍ତର ଓ ତାହାର ଜୀବନ ସଂହାର କର ସନ୍ନିକଟ ହୁଏ।
23ଯଦି ମନୁଷ୍ୟକୁ ତାହାର କର୍ତ୍ତବ୍ୟତା ଦେଖାଇବା ପାଇଁ ତାହା ସଙ୍ଗେ ଜଣେ ଦୂତ, ସହସ୍ର ମଧ୍ୟରୁ ଜଣେ ଅର୍ଥକାରକ ଥାଏ;
24ତେବେ ସେ ତାହାକୁ କୃପା କରି କହିବେ, ‘ଗର୍ତ୍ତଗମନରୁ ତାହାକୁ ଉଦ୍ଧାର କର, ମୁଁ ପ୍ରାୟଶ୍ଚିତ୍ତ ପାଇଅଛି।
25ତାହାର ମାଂସ ବାଳକର ମାଂସ ଅପେକ୍ଷା ସତେଜ ହେବ; ସେ ଆପଣା ଯୌବନ ଦିନ ପୁନର୍ବାର ପାଇବ;’