27ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
28ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।’
29ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ, ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ,
30ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି।
31ହେ ଆୟୁବ, ମନୋଯୋଗ କରି ମୋʼ କଥା ଶୁଣ; ତୁମ୍ଭେ ନୀରବ ହୁଅ, ମୁଁ କଥା କହିବି।