29ଦେଖ, ମନୁଷ୍ୟ ଯେପରି ଜୀବିତ ଲୋକଙ୍କ ଦୀପ୍ତିରେ ଦୀପ୍ତିମାନ ହେବ, ଏଥିପାଇଁ ଗର୍ତ୍ତରୁ ତାହାର ପ୍ରାଣ ଫେରାଇ ଆଣିବାକୁ,
30ପରମେଶ୍ୱର ତାହା ସହିତ ଦୁଇ ଥର, ମଧ୍ୟ ତିନି ଥର ଏହିସବୁ ବ୍ୟବହାର କରନ୍ତି।
31ହେ ଆୟୁବ, ମନୋଯୋଗ କରି ମୋʼ କଥା ଶୁଣ; ତୁମ୍ଭେ ନୀରବ ହୁଅ, ମୁଁ କଥା କହିବି।
32ତୁମ୍ଭର କହିବାର କୌଣସି ବିଷୟ ଥିଲେ, ମୋତେ ଉତ୍ତର ଦିଅ; କୁହ, କାରଣ ତୁମ୍ଭକୁ ନିର୍ଦ୍ଦୋଷ କରିବାକୁ ମୋର ଇଚ୍ଛା।
33ନୋହିଲେ ମୋʼ କଥା ଶୁଣ; ନୀରବ ହୁଅ, ଆଉ ମୁଁ ତୁମ୍ଭକୁ ଜ୍ଞାନ ଶିଖାଇବି।”