2ଏବେ ଦେଖ, ମୁଁ ଆପଣା ମୁଖ ଫିଟାଉଅଛି, ମୋʼ ଜିହ୍ୱା ମୋʼ ମୁଖ ଭିତରେ କଥା କହିଅଛି।
3ମୋʼ ବାକ୍ୟ ମୋʼ ଅନ୍ତଃକରଣର ସରଳତା ପ୍ରକାଶ କରିବ ଓ ମୋହର ଓଷ୍ଠାଧର ଯାହା ଜାଣେ, ତାହା ସରଳ ଭାବରେ କହିବ।
4ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି।
5ତୁମ୍ଭେ ପାରିଲେ, ମୋତେ ଉତ୍ତର ଦିଅ, ମୋʼ ସମ୍ମୁଖରେ ଆପଣା ବାକ୍ୟ ସଜାଇ ଠିଆ ହୁଅ।
6ଦେଖ, ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ଯେପରି, ମୁଁ ସେପରି ଅଟେ, ମୁଁ ମଧ୍ୟ ମୃତ୍ତିକାରୁ ନିର୍ମିତ ହୋଇଅଛି।